ଆଣ୍ଡମାନ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ବାତ୍ୟାର ରୁପରେଖା ସ୍ପଷ୍ଟ ହେବ। ଗୋପାଳପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ବାତ୍ୟାର ବିଶେଷ ପ୍ରଭାବ ପଡ଼ି ନପାରେ ।ଓଡ଼ିଶା ମଧ୍ୟକୁ ପ୍ରବେଶ କରାଇଲା ବେଳକୁ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁଁ ଡିସେମ୍ବର ୨ ରୁ ଓଡ଼ିଶାରେ ପାଗ ପରିବର୍ତ୍ତନ ହେବ ।ଡିସେମ୍ବର ୪ ବେଳକୁ ପୁରୀ, ଜଗସିଂହପୁର, ଗଞ୍ଜାମ, ନୟାଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା। ଚାଷ ଜମିରେ ପାଣି ଜମିବା ସହ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି ।

powered by social2s