ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ବାତ୍ୟା ହେବ ବୋଲି ଆଇଏମଡି ମୁଖ୍ୟ ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି। ଡିସେମ୍ବର ୪ ତାରିଖ ସକାଳେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ମଧ୍ୟଭାଗରେ ଯେ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁବ ବୋଲି ମହାପାତ୍ର ସତର୍କ କରାଇଛନ୍ତି। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ ବୋଲି ସେ କହିଛନ୍ତି। ଆଇଏମଡି ମୁଖ୍ୟ ଆହୁରି ମଧ୍ୟ କହିଛନ୍ତି ଯେ, ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗର ଉପକୂଳ ରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହା କାଳକ୍ରମେ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରି ୨ ତାରିଖରେ ଡିପ୍ରେସନରେ ପରିଣତ ହେବ। ୩ ତାରିଖ ରାତିରୁ ଓଡିଶା ଉପକୂଳ ରେ ବର୍ଷା ଆରମ୍ଭ ହେବ। ଏହାର ମଧ୍ୟରାତିରୁ ପବନର ବେଗ ବଢିବ। ଏଥିରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୪ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ସେ ସୂଚନା ଦେଇଛନ୍ତି।
powered by social2s

