ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ଉପକୂଳ ଛୁଇଁପାରେ ଜୱାଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ଉପକୂଳ ଛୁଇଁପାରେ ବାତ୍ୟା ଜୱାଦ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୬ ଘଣ୍ଟା ଧରି ୬ କିଲୋମିଟର ବେଗରେ ଗତି କରୁଛି ବାତ୍ୟା। ଆଜି କଟକ ଓ ଭୁବନେଶ୍ୱର ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜନସାଧାରଣଙ୍କୁ ସତର୍କ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିପାରେ। ୬୦ ରୁ ୭୦ କିମି ବେଗରେ ପବନ ବହିପାରେ। ଏହା ୮୦ କିମି ପର୍ଯ୍ୟନ୍ତ ବଢ଼ିପାରେ। ଭିଜିବିଲିଟି କମ ଯୋଗୁ ରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେବ।

powered by social2s