ପଞ୍ଚାୟତ ପ୍ରତିନିଧିଙ୍କୁ ପ୍ରସାଦ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ଆଜି ଗଞ୍ଜାମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଣ୍ଟିଥିଲେ ।

 

ସୂଚନାଯୋଗ୍ୟ ଯେ କରୋନାର ପ୍ରଥମ ଲହରରେ ଗଞ୍ଜାମ ବିଶେଷ ଭାବରେ ପ୍ରଭାବିତ ହୋଇଥିଲା । ବାହାରେ ରହୁଥିବା ଓଡ଼ିଶା ବାସୀ ମଧ୍ୟ  ଲକ୍ ଡାଉନ୍ ଯୋଗୁଁ ଘରକୁ ଫେରି ଥିଲେ ।  

 

ଜିଲ୍ଲାରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସେତେବେଳେ ସରପଞ୍ଚ ମାନଙ୍କୁ 

ଜିଲ୍ଲା ପାଳ କ୍ଷମତା ଦେଇ ଥିଲେ । ସରପଞ୍ଚ ଅନ୍ୟ ପଞ୍ଚାୟତ ପ୍ରତିନିଧି ମାନେ ମଧ୍ୟ ନିଷ୍ଠାର ସହ ଲୋକଙ୍କୁ ସେବା ଯୋଗାଇ ଦେଇଥିଲେ । 

ପରିସ୍ଥିତି ରେ ଉନ୍ନତି ଆସିଥଲା ଓ କରୋନା ମୁକାବିଲା ରେ ଗଞ୍ଜାମ  ଦେଶ ବିଦେଶରେ ଉଦାହରଣ ପାଲଟିଥିଲା।

 

 ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ସରପଞ୍ଚ, ଅନ୍ୟ ପଞ୍ଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ସଭ୍ୟ ମାନଙ୍କୁ  କରୋନା ସମୟରେ ସେମାନଙ୍କ ଭଲ କାମ ପାଇଁ  ତାରାତରିଣୀ ପୀଠରେ ଭେଟି ମାଙ୍କ ଫ୍ରସାଦ ଓ ଲଡୁ ବାଣ୍ଟି ଥିଲେ ।

powered by social2s