ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଗୁଜୁରାଟ: ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ କିଛିଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ୪୨ବର୍ଷର ବ୍ୟକ୍ତି ଓମିକ୍ରନ ସଂକ୍ରମିତ ଥିବା ଜଣାପଡ଼ିଛି । ଦେଶରେ ମୋଟ୍ ଓମିକ୍ରନ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି । ଜିନୋମ ସିକ୍ୱେନ୍ସିଂ ପରେ ଏହା ସ୍ପଷ୍ଟ ହୋଇଥିଲା ।

ସୂଚାନୁଯାୟୀ ବ୍ୟକ୍ତି ଜଣକ ନିଜ ବ୍ୟବସାୟ ପାଇଁ ଦକ୍ଷିଣ ଆଫ୍ରିକାରେ ବହୁଦିନ ରହିଥିଲେ । ଦକ୍ଷିଣ ଆଫ୍ରିକାରୁ ଭାୟା କେନିଆ ଓ ଆବୁ ଧାବି ହୋଇ ଦିଲ୍ଲୀରେ ପହଞ୍ଚିଥିଲେ । ଡିସେମ୍ବର ତିନି ତାରିଖରେ ପହଂଚିବା ପରେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା । ଡିସେମ୍ବର ୪ ତାରିଖରେ ପୁଣି ତାଙ୍କର ରିପୋଟ; ନେଗେଟିଭ୍ ଆସିଥିଲା । ୮ ତାରିଖରେ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ । ତାଙ୍କ ନମୁନା ଜିନମ୍ ସିକ୍ୱେନ୍ସିଂ ପାଇ ପଠାଯାଇଥିଲା । ସେ ଓମିକ୍ରନ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଏହାକୁ ମିଶାଇ ଗୁଜରାଟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଥିବା ବେଳେ ଦେଶରେ ଏହି ସଂଖ୍ୟା ୪୧ରେ ପହଂଚିଛି ।

 

powered by social2s