ଅକ୍ଟୋବର ୨୩ରେ ୩ ଜିଲ୍ଲା, ୨୪ରେ ୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା। ଅକ୍ଟୋବର ୨୩ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଦିନ ସକାଳ ୮ଟା ୩୦ରୁ ୨୪ତାରିଖ ସକାଳ ୮ଟା ୩୦ ଯାଏଁ ଏହି ୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଅକ୍ଟୋବର ୨୪ରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମତ୍ସ୍ୟ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ଅକ୍ଟୋବର ୨୨ତାରିଖ ପର୍ଯ୍ୟନ୍ତ ମାଛ ଧରିବା ପାଇଁ ନ ଯିବାକୁ ପରାମର୍ଶ ଦିଆଯାଇଛି।

powered by social2s