ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ତାଙ୍କୁ ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ। ବିମାନବନ୍ଦରରୁ ରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଅଭିମୁଖେ ଯାଇଛନ୍ତି। ସେଠାରେ ଜଗନ୍ନାଥ ଦର୍ଶନ ପରେ ପୁରୀ ରାଜଭବନରେ ପହଞ୍ଚିବେ। ସେଠାରେ ମହାପ୍ରସାଦ ସେବନ କରିବେ। ଭୁବନେଶ୍ୱର ଫେରି ସେ ବିଭିନ୍ନ ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।

powered by social2s