ଆଜିଠୁ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ରାଜ୍ୟର ସବୁଠାରୁ ବଡ଼ ନିବେଶ ମହାକୁମ୍ଭ ‘ମେକ୍ ଇନ୍ ଓଡ଼ିଶା’ ସମ୍ମିଳନୀର ତୃତୀୟ ସଂସ୍କରଣ ଆଜିଠୁ ଆରମ୍ଭ ହେବାକୁ ଯାଉଛି । ଦେଶ ବିଦେଶର ଧନଶାଳୀ ଶିଳ୍ପପତିମାନଙ୍କୁ ନେଇ ଏହି ବହୁ ପ୍ରତୀକ୍ଷିତ ମହାସମାବେଶ ରାଜଧାନୀର ଜନତା ମଇଦାନରେ ଅନୁଷ୍ଠିତ ହେବ । ଦେଖିବାକୁ ମିଳିବ ଦେଶ ବିଦେଶର ୧୦୦ରୁ ଅଧିକ ଶିଳ୍ପପତି ସମାଗମ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ ।

powered by social2s