ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ: ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି । ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସ ଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଳଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା । ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ,ଜଗତ ରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

powered by social2s