ଗଛକୁ ପିଟିଲା କାର ; ୪ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ସରାଗୁଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉମରକୋଟରୁ ନବରଙ୍ଗପୁର ଫେରିବା ବେଳେ ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍ । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ପାଇ ଡାବୁଗାଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ୨ ଜଣ ଗୁରୁତର ଆହତଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲା । ତେବେ କୋରାପୁଟ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି।

powered by social2s