ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମହାସଂଘର ଗୋଟିଏ ରାଲି ବିଭିନ୍ନ ପ୍ରକାରର ଭିନ୍ନକ୍ଷମ ସଚେତନତା ସ୍ଲୋଗାନ ଦେଇ ଭିକାରି ପଲ୍ଲୀ ପଂଚାୟତ ଅନ୍ତର୍ଗତ ସାମୀୟାପଲ୍ଲୀ ଗ୍ରାମ ପରିକ୍ରମା କରିଥିଲା । ଏହି ରାଲିକୁ ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସମ୍ପାଦକ ଡଃ. କେ. ଆନନ୍ଦ ରାଓ ପତକା ଦେଖାଇ ଶୁଭ ଉଦଘାଟନ କରିଥିଲେ । ସ୍ଥାନୀୟ ସମର୍ଥ ଆବାସିକ ବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠ ଗୃହରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ-୨୦୨୨ ଉପଲକ୍ଷେ ଗଂଜାମ ଜ଼ିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଭିନ୍ନକ୍ଷମ ଲୋକମାନେ ଯୋଗଦାନ କରିଥିଲେ । ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସମ୍ପାଦକ ଡଃ. କେ. ଆନନ୍ଦ ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୋପାଳପୁରସ୍ଥିତ ଅଖିଳ ଭାରତୀୟ ମାରୱାଡି ମହିଳା ସମ୍ମିଳନୀର ଅଧ୍ୟକ୍ଷା ତଥା ଇନେରଭୀଲ କ୍ଲବ ଅଫ ବ୍ରହ୍ମପୁର ବ୍ରାଇଟ୍ସର ସଭାନେତ୍ରୀ ଶ୍ରୀମତୀ ସୀମା ଚୌଧୁରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାସଂଘର ଏହିଭଳି କାର୍ଯ୍ୟକୁ ପ୍ରଶଂସା କରିବା ସହ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳନର ଆବଶ୍ୟକତା ଉପରେ ଆଲୋକପାତ କରି ଭିନ୍ନକ୍ଷମ ଲୋକମାନେ କୌଣସି ଗୁଣରେ କମ ନୁହନ୍ତି, ଯଦି ସେମାନଙ୍କୁ ସମାନ ସୁବିଧା ସୁଯୋଗ ପ୍ରଦାନ କରାଯାଏ ତେବେ ସେମାନେ ମଧ୍ୟ ଭାରତର ଅର୍ଥନୀତିରେ ଅଂଶୀଦାର ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ । ମୁଖ୍ୟବକ୍ତା ଭାବେ ସରପଂଚ ଶ୍ରୀ ମଥୁରା ସୁବୁଦ୍ଧି ଯୋଗଦେଇ ଭିନ୍ନକ୍ଷମତାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ପ୍ରାରମ୍ଭରେ ସମର୍ଥ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ୱାଗତ ସଂଗୀତ ପରିଵେକ୍ଷଣ କରିଥିଲେ । ଶେଷରେ ମହାସଂଘର ସାଧାରଣ ସମ୍ପାଦକ ଡଃ. ରାଓ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମକୁ ସମାପ୍ତ କରିଥିଲେ ।
ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୨ ପାଳିତ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

