ପଦ୍ମପୁର ଉପନିର୍ବାଚନ ପାଇଁ କଡ଼ା ସୁରକ୍ଷା ମଧ୍ୟରେ ମତଦାନ ଆରମ୍ଭ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପଦ୍ମପୁର: ଆଜି ପଦ୍ମପୁର ଉପନିର୍ବାଚନ। କଡ଼ା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଅପରାହ୍ନ ୪ଟା ଯାଏଁ ଚାଲିବ ମତଦାନ। ପଦ୍ମପୁରରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରବେ ଅଢ଼େଇ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର। ମତଦାନ ପାଇଁ ୩୧୯ ବୁଥ୍‌ରେ ୧୨୭୬ ପୋଲିଂ ଅଧିକାରୀ ନିଯୁକରେ ହୋଇଛନ୍ତି। ମୋଟ୍ ୧୨୦ ବୁଥ୍‌ରେ ୱେବ୍‌ କାଷ୍ଟିଂ ବ୍ୟବସ୍ଥା ସାଙ୍ଗକୁ ୬୬ଟି ବୁଥ୍ ସିସିଟିଭି ସର୍ଭେଲାନ୍ସ ଭିତରେ ରହିଛିି। ସମ୍ବେଦନଶୀଳ ଚିହ୍ନଟ ୭୯ଟି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି। ମାଓ ଅଧ୍ୟୁଷିତ ୭୪ଟି ବୁଥର ସୁରକ୍ଷା ବ୍ୟବସ୍ଥାରେ ୨୦୬ ପୋଲିସ୍ ଅଫିସର, ୨୧ ପ୍ଲାଟୁନ୍ ଆର୍ମଡ ପୋଲିସ୍‌କୁ ମିଶାଇ ମୋଟ୍ ୧୪୧୩ ପୋଲିସ୍ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସକୁ ମଧ୍ୟ ନିୟୋଜିତ କରାଯାଇଛି । ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ୪୪ ଜଣ ସେକ୍ଟର ଅଧିକାରୀଙ୍କୁ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ ଦିଆଯାଇଛି। କୌଣସି ବୁଥ୍‌ରେ ଇଭିଏମ୍ ଜନିତ ତ୍ରୁଟି ପରିଲକ୍ଷିତ ହେଲେ ଅଧଘଣ୍ଟା ଭିତରେ କିଭଳି ତାହା ପରିବର୍ତ୍ତନ ହୋଇପାରିବ ସେ ବ୍ୟବସ୍ଥା ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଆସନ୍ତା ୮ ତାରିଖରେ ଭୋଟ ଗଣତି କରାଯିବ।

powered by social2s