ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ବାତ୍ୟା। ବାତ୍ୟା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାଲି ଅବପାତର ରୂପ ନେବ। ପରେ ଏହା ଉତ୍ତର-ପଶ୍ଚିମ-ଉତ୍ତର ଦିଗକୁ ଗତି କରି ଏକ ବାତ୍ୟାର ରୂପ ନେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ବାତ୍ୟା ୮ ତାରିଖ ସୁଦ୍ଧା ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ କଣ ରହିବ, ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନି।
powered by social2s

