ରଣକ୍ଷେତ୍ର ପାଲଟିଲା ସମ୍ବଲପୁର କଚେରୀ ଛକ । ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଓକିଲ ଓ ପୁଲିସ । ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଓକିଲ ମାନେ ଆରମ୍ଭ କରିଦେଇଛନ୍ତି ଆନ୍ଦୋଳନ । ଛକରେ ଆନ୍ଦୋଳନକାରୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି । ଚଳିତଥର ଆନ୍ଦୋଳନରେ ଓକିଲ ମାନଙ୍କ ସମର୍ଥନରେ ସାମିଲ ହୋଇଛନ୍ତି ବିଭିନ୍ନ ସଙ୍ଗଠନ । ତା ସହିତ ସମର୍ଥନ ଜଣାଇ ଆନ୍ଦୋଳନ କରିଛନ୍ତି କିନ୍ନର ସଂଘ । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ବୋଲି ଦେଇଛନ୍ତି ଚେତାବନୀ।
powered by social2s

