ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ୩ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିକ୍କା ହେମଗିରି ଥାନା ତୁମୁଲିଆ ଗାଁ ନିକଟରେ ବସ୍-ବାଇକ୍ ମୁହାଁମୁହିଁ ଧକ୍କା। ତୁମୁଲିଆ ଗାଁର ନିକଟରେ ଏକ ବାଇକ୍ ସମ୍ନାରୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସୁନ୍ଦରଗଡ଼ ସରକାରୀ ମେଡ଼ିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେମଗିରି ଥାନା ଗୋପାଳପୁର ଗାଁର ସୂଚନା ।

powered by social2s