ଭୁବନେଶ୍ବର: ବହୁଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା । ହତ୍ୟା ମାମାଲରେ ସଜା କାଟୁଥିବା ଗୋବିନ୍ଦ ସାହୁ କଣ୍ଟାବାଞ୍ଜି ଜେଲ୍ ଭିତରେ ଥିବା ଏକ ଛୋଟ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହି ଘଟଣା ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ମେଡିକାଲରେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ଆଜି କୋର୍ଟରେ ହାଜର ହୋଇ ଥାଆନ୍ତେ ଗୋବିନ୍ଦ, ହେଲେ ତା’ ପୂର୍ବରୁ ସେ ନିଜର ଜୀବନ ନେଇ ଯାଇଛନ୍ତି । ତେବେ କିଭଳି ଜେଲ୍ ଭିତରେ ସେ ଏପରି କରିଛନ୍ତି, ତାହା ଅସ୍ପଷ୍ଟ ରହିଛି ।
powered by social2s

