ଭଦ୍ରକ: ଆଜି ସକାଳେ ଘନ କୁହୁଡ଼ି ଯୋଗୁଁ ଦୁଇଟି କାର୍ ମଧ୍ୟରେ ଧକ୍କା ହୋଇଛି। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଗେଲପୁର ଛକ ନିକଟରେ। ଦୁର୍ଘଟଣାରେ ତିନି ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗେଲପୁର ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଚାଲିଥିଲା ବେଳେ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିବା ଏକ କାର୍ ଆଉ ଗୋଟିଏ କାର୍ କୁ ପଛରୁ ଧକ୍କା ଦେଇଥିଲା। ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି।
powered by social2s

