ଭୁବନେଶ୍ବର: ବିଜୁ ଜନତା ଦଳକୁ ପୂରିଲା ୨୫ ବର୍ଷ । ଦଳ ପାଳନ କରୁଛି ପ୍ରତିଷ୍ଠା ଦିବସ । ପୁରୀ ତାଳବଣିଆ ପଡ଼ିଆ ଠାରେ ବିଜେଡି ପକ୍ଷରୁ ବିଶାଳ ରାଜ୍ୟସ୍ତରୀୟ ସମାବେଶର ଆୟୋଜନ କରାଯାଉଛି । ଓଡ଼ିଶାର ବିଭିନ୍ନ ସ୍ଥାନରୁ ପ୍ରାୟ ୫୦ ହଜାର ଜନସମାଗମ ଏଥିରେ ଯୋଗଦେବେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ସମାବେଶରେ ଯୋଗଦେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ତାଳବଣିଆ ପଡ଼ିଆକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାରେ ବ୍ୟାପକ ପୋଲିସ୍ ମୁତୟନ କରାଯାଇଛି ।
powered by social2s

