ଅନୁଗୁଳ: ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୮୦୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ସେହିଭଳି ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ପ୍ରଦାନ କରିଛନ୍ତି ନବୀନ । ଯାହାଦ୍ୱାରା ଜିଲ୍ଳାର ୭୫ ହଜାର ସ୍ୱାବଲମ୍ବୀ ମହିଳା ଉପକୃତ ହେବେ । ଏହାବାଦ୍ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହୋଇଛି ।
powered by social2s

