ଭୁବନେଶ୍ବର: ଜାନୁଆରୀ ୨୦୨୩ ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ଚାରି ଟାରୁ ଛ ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ। ଆଜି ନୂଆ ବର୍ଷ ରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ । ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି।
powered by social2s

