ଢେଙ୍କାନାଳ: ଭାରସାମ୍ୟ ହରାଇ ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟରେ ବ୍ରିଜ୍ ଉପରୁ ତଳକୁ ଖସିଲା ବସ୍। ଘଟଣା ସ୍ଥଳରେ ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା। ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୧୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଯାତ୍ରୀବାହୀ ବସଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡା ଇଚ୍ଛାପୁରକୁ ଯାଉଥିଲା ।
powered by social2s

