ଭୁବନେଶ୍ୱର: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୋଲିସର ଏକ ଦଳ ପରେଡରେ ସାମିଲ ହୋଇଥିଲା। ବାଇକ୍ ରେ ଡେୟାରଡେଭିଲ ଦୁଃସାହସିକ କଳା ପ୍ରଦର୍ଶନ ସମେତ ଓଡ଼ିଶା ସରକାରଙ୍କ ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ଼ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଥିଲା। ରାଜ୍ୟର ବିଭିନ୍ନ ଲୋକକଳା ଓ ନୃତ୍ୟ ପରିବେଷଣ କରାଯାଇଥିଲା।
powered by social2s

