"କର୍ମ ବୀର ସେବା ସମ୍ମାନ" ରେ ସମ୍ମାନିତ ହେଲେ ଡ ନାରାୟଣ ମହାପାତ୍ର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆନ୍ତର୍ଜାତୀୟ ହ୍ୟୁମାନଟେରିଆନ ଅନୁଷ୍ଠାନ,ଇଜିପ୍ଟ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ହ୍ୟୁମ୍ୟାନଟେରିଆନ ଉପାଧି ପ୍ରଦାନ କରାଯାଇଛି। ଟ୍ରଷ୍ଟ ପକ୍ଷରୁ ସମାଜରେ ଅବହେଳିତ ବୃଦ୍ଧ ବାପା ମା ଓ ଅବହେଳିତ ଛୋଟ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ କିଛି ସମୟ ଖୁସି ଓ ଶାନ୍ତି ବାଣ୍ଟୁ ଥିବାରୁ ଏହି କର୍ମ ବୀର ସେବା ସମ୍ମାନ ପ୍ରଦାନ କରଯାଇଛି। ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ରରେ ସମ୍ମାନସୂଚକ ହ୍ୟୁମ୍ୟାନଟେରିଆନ ଉପାଧି ପ୍ରଦାନ କରିଛନ୍ତି। ଏହା ଆମର ସେବା କାର୍ଯ୍ୟକୁ ପ୍ରେରଣା ଦେବା ସହ ଅନୁଷ୍ଠାନକୁ ଆହୁରି ଆଗେଇ ନେବାକୁ ସାହାଯ୍ୟ କରିବ। ଏହି ଆନ୍ତର୍ଜାତୀୟ ଅନୁଷ୍ଠାନର ପ୍ରତିଷ୍ଠାତା ସଦସ୍ୟ ମାନଙ୍କୁ ଆମେ ବହୁତ ବହୁତ ଧନ୍ୟବା ଦଜଣାଉଛୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କର କଲ୍ଯାଣ ହେଉ ବୋଲି କହିଛନ୍ତି ଡ ମହାପାତ୍ର।

powered by social2s