ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗତକାଲି ଏଏସ୍ଆଇ ଗୋପାଳ ଦାସଙ୍କ ଗୁଳି ମାଡ଼ରେ ନିହତ ହେବା ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ପୂଜାରୀ ଏବେ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗର କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ତୁଲାଉଛନ୍ତି।
powered by social2s

