ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର କୋଟିଆ ପଞ୍ଚାୟତ ପାଇଁ ଅନେକ ପ୍ରକଳ୍ପ ଉତ୍ସର୍ଗ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “କୋଟିଆକୁ ଏକ ମଡେଲ ପଞ୍ଚାୟତରେ ବିକଶିତ କରାଯିବ। କୋଟିଆ ପଞ୍ଚାୟତରେ ଶିକ୍ଷା ତଥା ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ”
୧୩ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରି ଏହି ଅଞ୍ଚଳ ପାଇଁ ୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ ।
powered by social2s

